ଦୈନିକ ରାଶିଫଳ: ୨୯ ଏପ୍ରିଲ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୯ତାରିଖ, ବୁଧବାର, ମେଷ ମାସ ୧୭ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ପିତା ଦ୍ରବ୍ୟ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୫ଟା ୨୩ମିନିଟ୍ ରୁ ୭ଟା ୩ନିଟ୍, ଦିବା ୧୦ଟା ୯ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଦେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗ୍ରତ ହେବା ଫଳରେ ତାଙ୍କର ଆଶୀର୍ବାଦ ପ୍ରାପ୍ତ ହେବ। ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରି ହେବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଉଚ୍ଚ ସମ୍ଭବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେଅସାଧାରଣ ସ୍ଥିତି ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସା ବାଣୀ ଶୁଣିବେ। ପାରିବାରିକ ସମସ୍ୟା ସୁଧାରୀ ନେଇ ବରିଷ୍ଠ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ଶ୍ରମିକ ଓ କର୍ମଚାରୀମାନେ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ପାରିବାରିକ ସମସ୍ୟା ସୁଧାରୀ ନେଲେ ସବୁ ମତେ ଉନ୍ନତିର ସମ୍ଭାବନା। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ।  ଯଦିଚ ମାନହାନିର ଭୟ ନାହିଁ, ତଥାପି ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରି ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ରାଜନୀତି କ୍ଷେତ୍ରରେ ତଳ ମହଲରୁ ଆଶାତୀତ ଲାଭ ପାଇ ମୁଣ୍ଡ ଉଚ୍ଚ ରହିବ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଶୁଭ ସମାଚାର ମିଳିବା ଫଳରେ ଖୁସି ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆକସ୍ମିକ ଧନ ଲାଭ ହେବା ଫଳରେ ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନ କଟାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ପାଇବେ। କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତି କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!