ଦୈନିକ ରାଶିଫଳ: 29 ଏପ୍ରିଲ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୯ତାରିଖ, ଗୁରୁବାର, ମେଷମାସ ୧୬ଦିନ, ବୈଶାଖମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ । ଶୁଭସମୟ-ସକାଳ ୫ଟା୨୩ ମିନିଟ୍ ରୁ ୭ଟା ୩ ମିନିଟ୍, ଦିବା ୧୦ଟା୨୮ ମିନିଟ୍ ରୁ ୧ଟା ୧ ମିନିଟ୍, ରାତ୍ରି ୨ଟା ୨୨ ମିନିଟ୍ ରୁ ୩ଟା ୫ ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତାରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ । ଭାଗୀଦାର ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କୋର୍ଟ କଚେରୀ ମାମଲା, ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ । ଫଲ୍ୟ ହେବ । ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ । ପରିବାରରେ କଳହ ମେଣ୍ଟିଯିବ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ । ସମସ୍ତ ସମସ୍ୟା ଅପସରି ଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ଶୁଭ ସମାଚାର ପାଇ ଖୁସି ହେବେ । ବିଦ୍ୟାର୍ଥୀଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବ । ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟାକରିବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଯିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଗୃହୋପକରଣ କ୍ରୟ କରିବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ । ରାଜନୀତିରେ ସଫଳତା ମିଳିବ । ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!