ଦୈନିକ ରାଶିଫଳ: 29 ଏପ୍ରିଲ 2022, ମା ସନ୍ତୋଷୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨୯ ତାରିଖ, ଶୁକ୍ରବାର, ମେଷ ମାସ ୧୬ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୩ ଟା ୪୨ମିନିଟ୍ ପରେ ପ୍ରୀତି ଯୋଗ । ବିଷ୍ଟି କରଣ ଦିବା ୧୨ଟା ୩୯ମିନିଟ୍ ପରେ ଶକୁନି କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ସନ୍ଧ୍ୟା ୬ଟା ୪୩ମିନିଟ୍ ପରେ ମେଷ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତ୍ରି ୧୨ଟା ୫୮ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୩ମିନିଟ୍ ରୁ ୧୧ଟା ୪୪ମିନିଟ୍, ରାତ୍ରି ୮ଟା ୫୪ମିନିଟ୍ ରୁ ୧୦ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୩ମିନିଟ୍ ରୁ ୬ଟା ୧୨ମିନିଟ୍, ପ୍ରାତଃ ୭ଟା ୫ମିନିଟ୍ ରୁ ୮ଟା ୩୨ମିନିଟ୍, ଦିବା ୧୨ଟା ୧୦ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୬ଟା ୫ମିନିଟ୍, ରାତ୍ର ୭ଟା ୩୬ମିନିଟ୍ ରୁ ରାତ୍ର ୮ଟା ୫୪ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ୩ଟା ୫୧ ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ମକର ରାଶିରୁ କୁମ୍ଭ ରାଶିକୁ ଶନି ଚଳିବେ ।

ମେଷ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବେଶି ଲାଭବାନ ହେବେ । ରାଜନୀତିରେ ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀ ମାନେ ଆଦର୍ଶବାଦୀ ହୋଇ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ନୂଆ ନିଯୁକ୍ତି ଯୋଗ ଥିବାରୁ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରି ପାରନ୍ତି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ରୋଜଗାର ସମସ୍ୟା ସୁଧୁରି ଯିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇବାକୁ ପଡିପାରେ । ନୂତନ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ ହସ ଖୁସିରେ ସମୟ ବିତିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ମାନସିକ ସ୍ଥିରତା ଦେଖାଦେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ଶୁଭ ସୂଚନାପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଲେ ମଧ୍ୟ ଶାନ୍ତି ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖା ଦେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ପ୍ରତିକାର-ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପୁରାତନରୋଗରୁ ଉପଶମ ମିଳିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ରାଜନୀତିରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଦେଖାଦେଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!