ସାପ୍ତାହିକ ରାଶିଫଳ: ୨୯ ଅପ୍ରେଲ ରୁ ୫ ମଇ, ଏହି ସପ୍ତାହରେ ଏହି ସବୁ ରାଶିର ଜାଗା ଜମି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୯ ଅପ୍ରେଲ ରୁ ୫ ମଇ

ମେଷ:-

ଏସପ୍ତାହରେ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ଓ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପଢାପଢିରେ ମନ ଲାଗି ରହିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ସୁଖ ସୌଭାଗ୍ୟ ବୃଦ୍ଧି ଓ ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମିଥୁନ:-

ଏସପ୍ତାହରେ ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେନାହିଁ। ରାଜନୀତିବିଜ୍ଞାନ, ବୈଷୟିକବିଦ୍ୟା, ଜ୍ୟୋତିଷ, ଦର୍ଶନ, ଆଇନ୍ କାନୁନ୍ ବିଦ୍ୟା, ଚିକିତ୍ସାଶାସ୍ତ୍ର ଅଧ୍ୟୟନ କରୁଥିଲେ ବିଶେଷ ଉନ୍ନତିହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ରଛାତ୍ରୀ ମାନେ ପଢ଼ା ପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ।ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ସିଂହ:-

ଏସପ୍ତାହରେ ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପୂର୍ବ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବା ସହ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତିରେ ପ୍ରତିଦ୍ଵନ୍ଦିତା ସତ୍ୱେ ଲୋକ ସମ୍ପର୍କରେ ଉନ୍ନତି ହେବ ଓ ଆସ୍ୱସ୍ତି ଲାଭ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ। ପ୍ରତିକାର- ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।

ତୁଳା:-

ଏସପ୍ତାହରେ ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ମାନସିକ ସ୍ଥିରତା ଦେଖାଦେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର:- ପିମ୍ପୁଡ଼ି ଓ ଜନ୍ଦା ଗାତ ପାଖରେ ଗୁଡ଼ ରଖନ୍ତୁ।

ବିଚ୍ଛା:-

ଏସପ୍ତାହରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗରୁ ମୁକ୍ତି ମିଳିବ ଓ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ଏସପ୍ତାହରେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ସହ ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରି ସଫଳତା ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ଅନେକ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ହରାଇଥିବା ଧନ ପ୍ରାପ୍ତି ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର :- ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ।

ମକର:-

ଏସପ୍ତାହରେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବେ ଓ ଶାରିରୀକ ସୁସ୍ଥତା ଦେଖା ଦେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ ଓ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। ଘରୋଇ ସଂସ୍ଥାର କର୍ମଜୀବିମାନେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି କରି ପାରିବେ। ମହିଳାମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସମ୍ମାନ ଲାଭ କରିବେଓ  ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ଆସିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ସେୟାର ବଜାରରେ ମୁନାଫା ମିଳିବ। ଆର୍ଥୀକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ମହିଳାମାନେ କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।  ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ପ୍ରବଳ ଲାଭବାନ ହେବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!