ଦୈନିକ ରାଶିଫଳ: ୨୯ ଅଗଷ୍ଟ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଦାମ୍ପତ୍ୟ ସୁଖରେ ଶୁଖିହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ନୂତନ କାର୍ଯ୍ୟଆରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶୁଭଖବର ପାଇ ଖୁସି ହେବେ ଓ ସମୟ ଆନନ୍ଦମୟ ହେବ। ଆର୍ଥିକ ସାହାଯ୍ୟ ମିଳିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ।

କନ୍ୟା:-

ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ମହିଳାମାନେ ପିଲାମାନ ସଫଳତାରେ ଖୁସିହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ ଏବଂ ଆୟରପନ୍ଥା ସହଜ ହେବ। ଗୃହରେ ଧାର୍ମିକ କାର୍ଯ୍ୟ ପାଇଁ ଆୟୋଜନ କରିବେ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ନୂତନ କର୍ମ ନିଯୁକ୍ତି ପାଇବେ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ। ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜ ନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଶତୃ ମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ସନ୍ତାନ ସନ୍ତତି ମାନଙ୍କପାଇଁ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ମହିଳାମାନେ ସାମାଜିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!