ଦୈନିକ ରାଶିଫଳ: ୨୯ ଅଗଷ୍ଟ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୯ ତାରିଖ, ଶନିବାର, ସିଂହ ମାସ ୧୪ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ସକାଳ ୮ଟା ୧୭ମିନିଟ୍ ଗତେ ଦ୍ଵାଦଶୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ୧ଟା ୧ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୧୦ଟା ୩୭ମିନିଟ୍। ପର୍ବଦିନ- ସର୍ବସମ୍ମତ ପାର୍ଶ୍ଵ ପରିବର୍ତ୍ତନ ବଡ ଏକାଦଶୀ, ସ୍ମାର୍ତ୍ତ ସମ୍ମତ ବାମନ ଜନ୍ମ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବା ସହ ଅର୍ଥାଗମ ଦିଗ ଖୋଲା ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଯାଇପାରେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମକ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ଗୁରୁଜନ ମାଆବାପା ଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେ ହେବ। ରାଜନୀତି କ୍ଷେତ୍ରରେ ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତଶ୍ରାନ୍ତ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା ଓ ଉର୍ଜା ଦ୍ଵାରା ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ରାଜନୀତି କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ।  ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। କର୍ମକ୍ଷେତ୍ରରେ କାମକାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଲେ ବିରୋଧୀ ମାନେ ଦୂରେଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ଶୁଭ ସମାଚାର ପାଇ ଖୁସି ହେବେ। ସାମାଜିକ ସ୍ତରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କଲେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ବରଂ ନିଜର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହୋଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିବ। କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ। ପୂର୍ବରୁ ଅଟକିଥିବା କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ କରିବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। ଫଶିଯାଇଥିବା ଷଡଯନ୍ତ୍ର ବା ଚକ୍ରବ୍ୟୁହ ମଧ୍ୟରୁ ମୁକୁଳି ପାରିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବା ସହ ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲହେବ। ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଜାଗା ଜମି ଘରବାଡ଼ି ନେଇ ଥିବା ସମସ୍ୟା ସମାଧାନ ହେବା ଫଳରେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ରାସ୍ତା ଖୋଲିଯିବ। ଭାଇ, କୁଟୁମ୍ବ ଓ ପଡୋଶୀଙ୍କ ସହ ଲାଗିଥିବା ଦ୍ଵନ୍ଦ ମେଣ୍ଟିଯିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସୁସ୍ଵାଦୁ ଖାଦ୍ୟ ଖାଇବାକୁ ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। କର୍ମକ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।  ବିଦ୍ୟାକ୍ଷେତ୍ରରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ଦୂର ହୋଇ ପାରେ। ରାଜନୀତି କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ମିତ୍ର ସହଯୋଗୀଙ୍କ ସାହାଯ୍ୟରେ ସମସ୍ୟାଗୁଡିକ ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ ହେବା ସହ କଷ୍ଟରୁ ମୁକ୍ତି ମିଳିବ। ବହୁତ ଦିନର ଚିନ୍ତା ଦୂର ହେବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। 

କୁମ୍ଭ:-

ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଜନସେବାଦ୍ଵାରା ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବା ସହ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସନ୍ତାନଙ୍କ ଶୁଭ ସମ୍ବାଦ ପାଇ ଖୁସି ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ।ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!