ଦୈନିକ ରାଶିଫଳ: 29 ଅଗଷ୍ଟ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୯ତାରିଖ, ସୋମବାର, ସିଂହମାସ ୧୩ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି ଦିବା ୩ଟା ୨୦ମିନିଟ୍ ପରେ ତୃତୀୟାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ । କୌଳବ କରଣ ଦିବା ୩ଟା ୨୦ମିନିଟ୍ ପରେ ତୈତିଳ କରଣ । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୩ଟା ୨୦ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୩ଟା ୨୦ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୭ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୭ମିନିଟ୍, ରାତ୍ରି ୧୦ଟା ୨୧ମିନିଟ୍ ରୁ ୧୧ଟା ୪୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୫ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୮ମିନିଟ୍ ରୁ ରାତ୍ର ୯ଟା ୪ମିନିଟ୍, ରାତ୍ର ୧୧ଟା ୪୮ମିନିଟ୍ ରୁ ୨ଟା ୨୮ମିନିଟ୍ ।

ମେଷ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଶାରୀରିକ କଷ୍ଟ ଦୂରେଇ ଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମିଥୁନ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସରକାରୀ ସାହାଯ୍ୟ ମିଳିପାରେ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ । ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ । ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ବିଚ୍ଛା:-ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତିକାର-ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବିଦ୍ୟାକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସରକାରୀ କାମରେ ସଫଳତା ପାଇବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!