ଦୈନିକ ରାଶିଫଳ: ୨୯ ଡିସେମ୍ବର ୨୦୧୯, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ମାନ ସମ୍ମାନ ଓ ଖ୍ୟାତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଧନ ଲାଭ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସୁଖ ଶାନ୍ତିରେ ଦିନଟି କଟାଇବେ ଓ ଧର୍ମ-କର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡି ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର ଷଣ୍ଢକୁ ଖାଇବାକୁ ଦିଅନ୍ତୁ।   

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।  

ମିଥୁନ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ସୁରକ୍ଷିତ ଅନୁଭବ କରିବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।    

ସିଂହ:-

ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ ଯଦିଚ ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଗୃହବାହନ ପ୍ରାପ୍ତି ହେବ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଘରୋଇ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

ମକର:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି କାମ କରି ପାରନ୍ତି। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କାର୍ଯ୍ୟକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!