ଦୈନିକ ରାଶିଫଳ: ୨୯ ଫ୍ରେବୃୟାରୀ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୯ତାରିଖ, ଶନିବାର, କୁମ୍ଭ ମାସ ୧୭ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବେଲ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୩୩ ରୁ ୧ଟା ୭ମି, ରାତ୍ର ୮ଟା ୧୬ ରୁ ୧୦ଟା ୪୩ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବା ସହ ବିଦ୍ୟାରେ ଉନ୍ନତି ଘଟିବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ଦୂରଯାତ୍ରା ନକରିଲେ ଭଲ।   ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ବୃଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରି ପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ।  ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ କିମ୍ବା ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:- ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ। ଘାତ

ମିଥୁନ:-

ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚଆଶା ସଫଳ ହେବ। ପୁରୁଣା ସମସ୍ୟା ସୁଧୁରିଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶାରିରୀକ ଅସୁସ୍ଥତା ଦୂର ହେବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯାଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।  ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହୋଇ ପାରେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ। ଘାତ

ତୁଳା:-

ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରାପ୍ତି ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ।  କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। କର୍ମକ୍ଷେତ୍ରରେ ସହଯୋଗ, ପ୍ରେରଣା ପାଇ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!