ଦୈନିକ ରାଶିଫଳ: ୨୯ ଜାନୁୟାରୀ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶି ଲୋକଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ଜାନୁୟାରୀ ୨୦୧୯

ମେଷ:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବିଶେଷକରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:-

ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।  

ତୁଳା:-

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ବିଛା:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦୂରସ୍ଥାନକୁ ଯାତ୍ରା କରିବେ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ପାରିବାରିକ ସହଯୋଗରେ ଆଗକୁ ବଢିପାରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରତିକାର- ମୁଗଡାଲି ଧର୍ମସ୍ଥାନରେ ଦେବେ।   

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ଜନସେବାରେ ନିଜକୁ ନିୟୋଜିତ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ନେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!