ଦୈନିକ ରାଶିଫଳ: 29 ଜାନୁୟାରୀ ୨୦୨୧, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୯ତାରିଖ, ଶୁକ୍ରବାର, ମକରମାସ ୧୬ଦିନ, ମାଘମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୯ମିନିଟ୍, ସକାଳ ୭ଟା ୫୬ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୩୪ମିନିଟ୍, ଦିବା ୪ଟା ୫ମିନିଟ୍ ରୁ ୫ଟା ୩୨ମିନିଟ୍, ସନ୍ଧ୍ୟା ୭ଟା ୧୭ମିନିଟ୍ ରୁ ରାତ୍ର ୮ଟା ୪୫ମିନିଟ୍ । ପର୍ବଦିନ- ମାଘ ବ୍ରତ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସମସ୍ୟା ଦୂର ହୋଇ ଶୁଭ ସମାଚାର ମିଳିବ । ବିଦ୍ୟାରେ ଉନ୍ନତି ହୋଇ ଉତ୍ତର ଦାୟିତ୍ୱ ବଢ଼ିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ପ୍ରେମ ପ୍ରସଙ୍ଗରେ ନିଜଲୋକ ମାନେ ସାହାଯ୍ୟ କରିବା ଫଳରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ହସଖୁସିରେ ସମୟ ବିତାଇବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

କର୍କଟ:-

ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବିଦ୍ୟାରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ବୃଦ୍ଧି ପାଇବ । ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳି ଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-

ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ପିଲାମାନଙ୍କ ପାଠପଢା ନେଇ ଥିବା ଚିନ୍ତା ଦୂରେଇ ଯିବ । ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତି ବୃଦ୍ଧି ହୋଇ ଯଶ ସମ୍ମାନ ବଢିବ । ନିଜ ପରିଶ୍ରମରେ ସଫଳତା ପାଇବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ଘର ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରି ପାରନ୍ତି । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ସୁଧାର ଆସିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରି ପାରିବେ । ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି । ପାରିବାରିକ ଜୀବନରେ ସୁଧାର ହେବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ:-

ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । କର୍ମକ୍ଷେତ୍ରରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ । ବ୍ୟବସାୟ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତା ପୂର୍ଣ୍ଣହେବ । ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!