୨୦୨୩ମସିହା, ଜାନୁୟାରୀ ମାସ ୨୯ତାରିଖ, ରବିବାର, ମକରମାସ ୧୬ଦିନ, ମାଘମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି ଦିବା୯ଟା ୫ମିନିଟ୍ ପରେ ନବମୀତିଥି, ଦ୍ଵିଜା ନକ୍ଷତ୍ର ରାତ୍ର ୮ଟା ୨୧ମିନିଟ୍ ପରେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶୁଭଯୋଗ ଦିବା ୧୧ଟା ୪ମିନିଟ୍ ପରେ ଶୁକ୍ଳଯୋଗ । ବବକରଣ ଦିବା ୯ଟା ୫ମିନିଟ୍ ପରେ ବାଳବକରଣ । ମେଷରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ- ନଡିଆ ଆମିଷ ନ ଖାଇଲେ ଭଲ ଦିବା ୯ଟା ୫ମିନିଟ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ-ଐଶାନ୍ୟେ ଦିବା ୯ଟା ୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ ଟା ୩୬ମିନିଟ୍ ରୁ ୧ଟା ୨୩ମିନିଟ୍ । ରାତ୍ରି ୧ଟା ୩୬ମିନିରୁ ୩ଟା ୧୨ମିନିଟ । ଶୁଭସମୟ- ପ୍ରାତଃ ୬ଟା ୨୬ ମିନିଟ ରୁ ୧୦ଟା ୮ମିନିଟ, ଦିବା ୧ଟା ୨୩ମିନିଟରୁ ୧ଟା ୫୦ମିନିଟ, ସନ୍ଧ୍ୟା ୬ଟା ୨୪ମିନିଟରୁ ୯ଟା, ରାତ୍ରି ୧୨ଟା ୨୫ମିନିଟ ରୁ ୧ଟା ୩୬ମିନିଟ, ରାତ୍ରି ୩ଟା ୧୨ମିନିଟ ରୁ ୩ଟା ୫୧ମିନିଟ ।
ମେଷ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ । ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ପ୍ରେମକ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ଉଚ୍ଚଆଶା ପୂରଣ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶତ୍ରୁନାଶ ହୋଇ ଧନପ୍ରାପ୍ତି ହେବ । ବ୍ୟବସାୟୀମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।