ଦୈନିକ ରାଶିଫଳ: ୨୯ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ଜୁଲାଇ ୨୦୧୮

ମେଷ:-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ମିଳିବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚିତ୍ତପ୍ରସନ୍ନ ରହିବ। କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ। ଦାମ୍ପତ୍ୟ ଜୀବନରେ ଅଶାନ୍ତି ସୃଷ୍ଟି ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ

କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

<<Vastu>>> | <<< Jataka Bichara >>>

କର୍କଟ

ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ତିକ୍ତତାର ସମସ୍ୟା ଦୂରହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ

କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା

ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହାଇରଣରେ ପଡିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର ଗଙ୍ଗାଜଳ ସେବନ କରନ୍ତୁ।

ତୁଳା

ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିକାର କୁକୁରର ସେବା କରନ୍ତୁ।

ବିଛା

ପରିବାରର ସାହାଯ୍ୟରେ ଉପକୃତ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର ଅସହାୟକୁ ନିରାଶ କରିବେ ନାହିଁ।

ଧନୁ

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର

ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ।ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

କୁମ୍ଭ

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ମୀନ-

କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!