ଦୈନିକ ରାଶିଫଳ: ୨୯ ଜୁଲାଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ପାରିବାରିକ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମନରେ ଦମ୍ଭ ସାହାସବୃଦ୍ଧି ହେବ, ଚିତ୍ତ ପ୍ରସନ୍ନ ରହିବ, କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ  ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଆୟ ବଢ଼ିବା ଯୋଗେ ଉଚ୍ଚ ପ୍ରଶଂସା ମିଳିବ। କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ପଦ ପଦବୀ ଲାଭ ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।   

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଗୃହୋପ କରଣ କ୍ରୟ କରିବେ। ମାନସିକ ସ୍ଥିରତା ଦେଖାଦେବ। ଅନେକ କାର୍ଯ୍ୟରେ ସଫଳ ହେବେ। ଉଚ୍ଚ ଆଶା ପୂରଣ ଯୋଗେ ମିଷ୍ଠାନ୍ନ ଭୋଜନ କରିବେ। ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ି ପାରେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ରାଜନୀତିରେ ପଦ ପଦବୀ ଲାଭ ହେବ। ସୁଖ, ସମ୍ପତ୍ତି ଲାଭ ଓ ସାହାର୍ଯ୍ୟ ପ୍ରାପ୍ତି ହେବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ବିଦ୍ୟାର୍ଥିମାନେ ସଫଳ ହେବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ନୂତନକର୍ମ ନିଯୁକ୍ତି ପାଇବେ। ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। ସାମାଜିକ ପ୍ରତିଷ୍ଠା  ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବ୍ୟବସାୟରେ ଉତ୍ତମ ରୋଜଗାର ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ତୁଳା:-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଗୃହୋପକରଣ କ୍ରୟ କରିବେ।  ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ମାନସିକ ଏକାଗ୍ରତା ରଖି ପାରିବେ। ବ୍ୟବସାୟରେ ସାମାନ୍ୟ ଲାଭ, ଶରୀର ପୀଡ଼ା, ଶତ୍ରୁ ବୃଦ୍ଧି, କେତେକକ୍ଷେତ୍ରରେ ଭଲ କାମକରି ବଦ୍ନାମ ହୋଇପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

ବିଚ୍ଛା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।  ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍।  ନୂତନ ଦ୍ରବ୍ୟ କ୍ରୟ କରିବେ।  ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି।  ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

କୁମ୍ଭ:-

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶୁଭ ସମ୍ବାଦପାଇ ଖୁସିହେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ।  ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।  ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ।  ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ଶରୀର ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।  କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!