ଦୈନିକ ରାଶିଫଳ: ୨୯ ଜୁଲାଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨୯ ତାରିଖ, ବୁଧବାର, କର୍କଟ ମାସ ୧୪ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଦଶମୀତିଥି, ବିଶାଖା ନକ୍ଷତ୍ର, ସକାଳ ୮ଟା ୩୩ମିନିଟ୍ ଗତେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୬ମିନିଟ୍, ଦିବା ୨ଟା ୩ମିନିଟ୍ ରୁ ୫ଟା ୨୮ମିନିଟ୍, ସନ୍ଧ୍ୟା ୭ଟା ୬ମିନିଟ୍ ରୁ ୧୦ଟା ୪୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହୋଇ ପାରନ୍ତି। ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ କ୍ଷତିରେ ପଡିବେ। ରାଜନୀତିରେ ଫାଇଦା ଉଠାଇବେ। ପଢ଼ାପଢ଼ିରେ ମାନସିକ ଅଶାନ୍ତି ଦେଖା ଦେଇ ପାରେ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସା ପାଇବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ପ୍ରଚୁର ଲାଭ ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ମାଲିମୋକଦ୍ଦମା କୋର୍ଟକଚେରୀ ମାମଲା ସହଜରେ ସମାଧାନ ହୋଇ ଯିବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଲୋକଙ୍କୁ ନିଜର କରି ପାରିବେ। କୌଣସି ଶୁଭ ସମାଚାର ଶୁଣିବେ। ରାଜନୀତିରେ ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶତୃମାନେ ପରାଜିତ ହେବେ। ବ୍ୟବସାୟରେ ଉନ୍ନତି ସହ ଲାଭପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ମାନେ ସାହାଯ୍ୟ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ସାମାନ୍ୟ ଅସୁବିଧା ଘଟି ପାରେ। କେତେକ କ୍ଷେତ୍ରରେ ଭଲ କାମକରି ବଦ୍ନାମ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ କିନ୍ତୁ ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ। କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ପରିବାରରେ ଶାନ୍ତି ପାଇବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଉତ୍ତମ ରୋଜଗାର କରି ପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ହସ ଖୁସିରେ ସମୟ ବ୍ୟତୀତ ହେବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ। ଅଟକିଥିବା ଧନ ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବିଦ୍ୟାରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମାରେ ଯଶସ୍ୱୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ଉଚ୍ଚ ଆଶା ପୂରଣ ହୋଇ ପାରିବ। ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବା ସହ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରଖିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ଶ୍ରମ ସାର୍ଥକ ହୋଇ ଆୟ ବଢ଼ିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବା ସହ ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ସତସଙ୍ଗ ଓ ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ, ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଗୃହୋପକରଣ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ମନକ୍ରୋଧିତ ହେତୁ ଶରୀର ଅସୁସ୍ଥ ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ସାମ୍ବାଦିକତାରୁ ଲାଭ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶୁଭ ସମାଚାର ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ ଓ ବନ୍ଧୁଙ୍କ ଠାରୁ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ସହ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!