ଦୈନିକ ରାଶିଫଳ: 29 ଜୁଲାଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୨୯ତାରିଖ, ଶୁକ୍ରବାର, କର୍କଟମାସ୧୩ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ପୁଷ୍ୟାନକ୍ଷତ୍ର ସକାଳ ୯ଟା ୪୬ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ସନ୍ଧ୍ୟା ୬ଟା ୩୫ମିନିଟ୍ ପରେ ବ୍ୟତିପାତ ଯୋଗ । କିଂସ୍ତୁଘ୍ନ କରଣ ଦିବା ୧୨ଟା ୨୫ମିନିଟ୍ ପରେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ ରାତି ୧ଟା ୨୧ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧ଟା ୨୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୫୩ମିନିଟ୍, ରାତ୍ରି ୯ଟା ୭ମିନିଟ୍ ରୁ ୧୦ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୬ମିନିଟ୍ ରୁ ୬ଟା ୧୫ମିନିଟ୍, ସକାଳ ୭ଟା ୯ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୩୮ମିନିଟ୍ ରୁ ୬ଟା ୨୦ମିନିଟ୍, ସନ୍ଧ୍ୟା ୭ଟା ୫୦ମିନିଟ୍ ରୁ ୯ଟା ୬ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୩ଟା ୫୫ମିନିଟ୍ ।

ମେଷ:-ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସୁଖ ଶାନ୍ତିରେ ଦିନଟି କଟାଇବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧକୁ ବିବାହରେ ପରିଣତ କରିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସରକାରୀ କାମରେ ସଫଳତା ପାଇବେ । ଅଚାନକ ଭାବରେ ଧନ ଲାଭ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ଅସହାୟ ଓ ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ । ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହୋଇ ପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ । ବାଦବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ । କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ । ରାଜନୀତିରେ ପ୍ରଶଂସିତ ହେବେ । ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ । ପ୍ରତିକାର-ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତିରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!