ସାପ୍ତାହିକ ରାଶିଫଳ: ୨୯ ଜୁଲାଇ ରୁ ୪ ଅଗଷ୍ଟ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। ବ୍ୟବସାୟ କ୍ଷେତ୍ରରେ କରଜର ମାତ୍ରା ହ୍ରାସ ପାଇବ। ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଗୃହ, ଜମି ଓ ପାରିବାରିକ ସମସ୍ୟାରେ ସାମିଲ ହେବେ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଦିଗ୍ଦର୍ଶନପାଇଁ ଚିନ୍ତିତ ରହିବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ପଦୋନ୍ନତି ବା ନୂତନ କର୍ମପ୍ରାପ୍ତି ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆୟରସ୍ରୋତ ଖୋଲିଯିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ।   ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ନୂତନ କର୍ମପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଦୂରସ୍ଥାନକୁ ଯାତ୍ରା କଲେ ମଧ୍ୟ ଶାରୀରିକ ସୁସ୍ଥତା ଅନୁଭବ କରିବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତିହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ସାମାନ୍ୟ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟି ଯିବା ଫଳରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ନୂତନ କର୍ମ ପ୍ରାପ୍ତି ହୋଇ ପାରେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଘରୋଇ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଗୁରୁଜନ ସନ୍ତୁଷ୍ଟ ରହିବେ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ।ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହି ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ନୂତନ ବ୍ୟବସାୟର ସୁଯୋଗ ପାଇବେ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ମାନସିକ ଏକାଗ୍ରତା ବଜାୟ ରହିବ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି।ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ।  ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ଓ  ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!