ଦୈନିକ ରାଶିଫଳ: ୨୯ ଜୁନ୍ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୯ ତାରିଖ, ସୋମବାର, ମିଥୁନ ମାସ ୧୫ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ନବମୀ ତିଥି, ହସ୍ତା ନକ୍ଷତ୍ର, ପ୍ରାତଃ ୭ଟା ୧୫ମିନିଟ୍ ଗତେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ମିଥୁନ ରାଶିର ଘାତବାର ବୃଷ ରାଶିର ଘାତଚନ୍ଦ୍ର ଲାଉ ନ ଖାଇଲେ ଭଲ ଶୁଭସମୟସକାଳ ୮ଟା ୪୬ମିନିଟ୍ ରୁ ୧୦ଟା ୩୦ମିନିଟ୍, ରାତ୍ର ୯ଟା ୧୯ମିନିଟ୍ ରୁ ରାତ୍ର ୧୦ଟା ୨୮ମିନିଟ୍ପର୍ବଦିନଆଡପ ମଣ୍ଡପ ଶ୍ରୀଜୀଉଙ୍କ ନବମୀ ସନ୍ଧ୍ୟା ଦର୍ଶନ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି ଆଶାତୀତ ଲାଭ ପାଇବା ସହ କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଅଚାନକ ଧନପ୍ରାପ୍ତି, ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ଇଛା କରିବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବା ସହ ସୁଖ ସମୃଦ୍ଧି ବୃଦ୍ଧିହେବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ।ଜନସେବାରେ ନିଜକୁ ନିୟୋଜିତ କରିବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦମେଣ୍ଟିଯିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଭାଗୀଦାର ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବା ସହ କର୍ମୋନ୍ନତି ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭ ପାଇବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପୁତ୍ର କନ୍ୟାଙ୍କର ବିବାହ କାର୍ଯ୍ୟରେ ସଫଳ ହେବେ। ଆୟ ଉତ୍ତମ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ  ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ ଓ ଆୟ ବୃଦ୍ଧି ହେବ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟ କ୍ଷେତ୍ରରେ କଠିିନ ପରିଶ୍ରମ କରିବାକୁ ପଡିବ।  ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ  ମିଳିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ଜୀବନସ୍ତର ପରିବର୍ତ୍ତନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ଭଲମନ୍ଦ ବିଚାର ନକରି କୌଣସି କାର୍ଯ୍ୟକଲେ ଅଯଥା ଖର୍ଚ୍ଚାନ୍ତରେ ପଡିବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ଭାଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ନିଶ୍ଚୟ ପାଇବେ। ପାରିବାରିକ ପତିଆରା ଭଲ ରହିବ। ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରି ହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇ ଆୟ ବୃଦ୍ଧିହେବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବା ସହ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ଉନ୍ନତି ହେବ।  କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ।ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତିହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ।  ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ କରି ଉନ୍ନତି ଫଳରେ ବିଶେଷ ଲାଭବାନ ହେବା ସହ ଆୟ ବୃଦ୍ଧିହୋଇ ଉଚ୍ଚ ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମାନସମ୍ମାନ ବୃଦ୍ଧିହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!