ଆଜି କେମିତି ରହିବ ଆପଣଙ୍କ ଦିନ : ୨୯ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ଜୁନ୍ ୨୦୧୮

ମେଷ:-

ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ  କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ପ୍ରତିକାର: ଗୋଟାମୁଗ ଧର୍ମାନୁଷ୍ଠାନରେ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନ ଅଶାନ୍ତି ରହିବ। ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ପିତା ମାତାଙ୍କ ଶରୀର ଅସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିସହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ ଉନ୍ନତି ହେବ। ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ସ୍ୱାସ୍ଥ୍ୟ ଭଲ ରହିବ।  କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଥିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ରୁଟି ଓ ମିଠା ଭୋକିଲା ଲୋକଙ୍କୁ ଖୁଆନ୍ତୁ।

କର୍କଟ:-

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ପ୍ରତିକାର: ଭିକାରୀକୁ ଅନ୍ନ ଦାନ କରନ୍ତୁ।

ସିଂହ:-

ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମପ୍ରାପ୍ତି ହେବ। ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟ ବୃଦ୍ଧି ହେବ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-

ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମରେ ପଦୋନ୍ନତି ହେବାର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଛା:-

ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବ। ଶତୃ ବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେବ ଦୁଃଶ୍ଚିନ୍ତା ମଧ୍ୟରେ ରହିବେ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବେ। କର୍ମ କ୍ଷେତ୍ରରେ ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ ଓ ବାଧା ସୃଷ୍ଟି ହେବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି। ପ୍ରତିକାର:  ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ। ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ କରିବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବ୍ୟବସାୟରେ କଠିନ ପରିଶ୍ରମ କରିବେ। ପ୍ରତିକାର:  ଶୟନ କକ୍ଷରେ ଘିଅ ଦୀପ ଜାଳନ୍ତୁ।   

ମକର:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରୁ  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ବିଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପ୍ରତିକାର :  ୫ଟି ମନ୍ଦାରଫୁଲ ଦେବୀ ମନ୍ଦିରରେ ଅର୍ପଣ କରନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!