ଦୈନିକ ରାଶିଫଳ: ୨୯ ଜୁନ୍ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ପାରିବାରିକ ଜୀବନରେ ଆସିବ ସୁଖ ଶାନ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗର ପୀଡାରୁ ଉପସମ ପାଇବେ। ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ। ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ। ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ। ମହିଳାମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ। ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ସଭାସମିତି ଅଥବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମ କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହୋଇ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ। ଗୃହସମସ୍ୟା ସମାଧାନ ହେବ। ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ।

କନ୍ୟା:-

ମହିଳାମାନେ ପାରିବାରିକ ଅଶାନ୍ତିକୁ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ।  ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ।  ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମହିଳାମାନେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର- ଅସହାୟାଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ମୀନ:-

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!