ଦୈନିକ ରାଶିଫଳ: 29 ଜୁନ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୯ ତାରିଖ, ମଙ୍ଗଳବାର, ମିଥୁନମାସ ୧୫ ଦିନ, ଆଷାଢମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଶତଭିଷା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ଦିବା ୧ଟା ୨୩ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୫୨ମିନିଟ୍, ସକାଳ ୯ଟା ୩୯ମିନିଟ୍ ରୁ ୧୨ଟା ୧୫ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ୧୦ଟା ୧ମିନିଟ୍, ରାତ୍ର ୧୨ଟା ୧୨ମିନିଟ୍ ରୁ ୨ଟା ୨୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମାଜ ସେବା କାର୍ଯ୍ୟରେ ଯୋଗଦେଇ ସ୍ଵନାମ ଅର୍ଜନ କରି ପାରିବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ ନେଇ ପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନ ଯୋଗ ଦେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ସୁଖଭୋଗ କରିବେ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନା କରି ନୂତନଦ୍ରବ୍ୟ କ୍ରୟ କରି ପାରନ୍ତି । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖୁସିହେବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ । ପୁରୁଣା ସମସ୍ୟା ସୁଧୁରିଯିବ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ ତଥା ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!