ଦୈନିକ ରାଶିଫଳ: 29 ଜୁନ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କୌଣସି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୯ତାରିଖ, ବୁଧବାର, ମିଥୁନମାସ ୧୫ଦିନ, ଆଷାଢମାସ କୃଷ୍ଣପକ୍ଷ, ଅମାବାସ୍ୟା ତିଥି ସକାଳ ୮ଟା ୨୨ମିନିଟ୍ ପରେ ପ୍ରତିପଦ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ସକାଳ ୮ଟା ୪୯ମିନିଟ୍ ପରେ ଧୃବ ଯୋଗ । ନାଗ କରଣ ସକାଳ ୮ଟା ୨୨ମିନିଟ୍ ପରେ କିଂସ୍ତୁଘ୍ନ କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ସକାଳ ୮ଟା ୨୨ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସକାଳ ୮ଟା ୨୨ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୨ମିନିଟ୍ ରୁ ଦିବା ୧୦ଟା ୧୧ମିନିଟ୍, ଦିବା ୧୧ଟା ୫୦ମିନିଟ୍ ରୁ ଦିବା ୧ଟା ୨୯ମିନିଟ୍, ରାତ୍ରି ୨ଟା ୩୨ମିନିଟ୍ ରୁ ୩ଟା ୫୨ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୫୩ମିନିଟ୍ ରୁ ୮ଟା ୩୧ମିନିଟ୍, ଦିବା ୧୦ଟା ୧୨ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୨ଟା ୨ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୧୦ଟା ୧ମିନିଟ୍, ରାତ୍ର ୧୨ଟା ୧୨ମିନିଟ୍ ରୁ ୧ଟା ୩୭ମିନିଟ୍ ।

ମେଷ:-ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ରାଜନୈତିକ କ୍ଷେତ୍ରରେ ବାଦ ବିବାଦ ଠାରୁ ଦୂରେଇ ରହିବା ଉଚିତ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ଦିଗରୁ ସୁବିଧା ପାଇବେ । ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାମାଜିକ, ଆଧ୍ୟାତ୍ମିକ, ଧାର୍ମିକ ଓ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ କ୍ଷେତ୍ରରେ ଉନ୍ନତିହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର-କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ତଳମୁହାଁ ହେବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେ ଶାନ୍ତି ଆସିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!