ସାପ୍ତାହିକ ରାଶିଫଳ: ଜୁନ୍ ୨୯ ତାରିଖ ରୁ ଜୁଲାଇ ୫, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀକପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ତଳମୁହାଁ ହେବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ।  ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ଏବଂ ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅଚାନକ ଧନପ୍ରାପ୍ତି, ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କନ୍ୟା:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁବିଧା ସୁଯୋଗ ପାଇବେ। ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମ କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଅଧୁରା କାର୍ଯ୍ୟ ପୂରଣ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ଥିକସ୍ଥିତି ସୁଧୁରି ଯାଇ ମନରେଥିବା କାମନା ପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ରାଜନୀତିରେ ଉନ୍ନତି ହେବ ଯଶ ପ୍ରତିଷ୍ଠା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ।  ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ଅର୍ଜନ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ।  ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ସୁଖ ସମୃଦ୍ଧି ପ୍ରାପ୍ତି, ଆର୍ଥିକ ଉନ୍ନତି, ମାନସିକ ସ୍ଥିରତା, ଶତୃନାଶ ସହିତ ଶୁଖି ଦାମ୍ପତ୍ୟ ଜୀବନ ଆତିବାହିତ କରିବେ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖାଦେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:- 

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ନିଜଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଯୋଗ ପାଇ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମକ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଚିକିତ୍ସକ, ରସାୟନଜ୍ଞ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ କଳାକାରମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାରହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!