ଦୈନିକ ରାଶିଫଳ: ୨୯ ମାର୍ଚ୍ଚ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ମାର୍ଚ୍ଚ ୨୦୧୯

ମେଷ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ନୂଆ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ। ସମାଧାନ:- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ରାଜନୀତିରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ। ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ଦୂରେଇ ଯିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରିଉଚ୍ଚ ପ୍ରଶଂସିତ ହେବେ । ସମାଧାନ:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଉପୁଜିବ। ସମାଧାନ:- ଗାଈକୁ ଖାଇବାକୁ ଦେବେ।

କନ୍ୟା:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରି ପାରନ୍ତି। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ସମାଧାନ:- ଅସହାୟକୁ ନିରାଶ କରିବେ ନାହିଁ।

ବିଚ୍ଛା:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଉପରିସ୍ଥଙ୍କୁ ଆପଣାର କରି ପରିବାର ଜନଙ୍କ କୃପାଭାଜନ ହେବେ। ବିବାଦୀୟ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ସମାଧାନ:- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ଧନୁ:-

ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ରେ ଯୋଗାଯୋଗ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ଛୋଟ ଛୋଟ କାମକୁ ବୁଝି ବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସମାଧାନ:- ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ସମାଧାନ:- ଅସହାୟାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କୁମ୍ଭ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ ଓ ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଘର-ପରିବାରକୁ ପ୍ରାଥମିକତା ଦେଇ ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!