ଦୈନିକ ରାଶିଫଳ: ୨୯ ମାର୍ଚ୍ଚ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୯ ତାରିଖ, ରବିବାର, ମୀନ ମାସ ୧୬ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବେଲ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୪୭ମିନିଟ୍ ରୁ ୯ଟା ୪୮ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ବୃହସ୍ପତି ମକର ରାଶିକୁ ଚଳିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ:- ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆୟ ଉତ୍ତମ ହେବା ସ୍ଥଳରେ ବ୍ୟୟ ହ୍ରାସ ପାଇବା ସହ ଆକସ୍ମିକ ଅର୍ଥଲାଭର ଯୋଗ ମଧ୍ୟ ରହିଛି। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇ ମୁଣ୍ଡ ଉଚ୍ଚା ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:- ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ ବ୍ୟବସାୟର ଯୋଜନା କରିବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟସ୍ଥିର ହେବା ଫଳରେ ଖୁସି ହେବେ। ନିମ୍ନବର୍ଗ ଲୋକଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ପ୍ରତିକାରଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:- ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅଳଙ୍କାର କ୍ରୟ କରି ପାରନ୍ତି ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରେମକ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:- ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହୋଇ ଉତ୍ତମ ରୋଜ ଗାର କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ପରିବର୍ତ୍ତନର ଝଲକ ଦୃଶ୍ୟହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:- ରାଜନୀତିରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ବ୍ୟବସାୟର ଉନ୍ନତି ଓ ଲାଭ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବିଦ୍ୟାର୍ଥୀ ମାନେ ସହପାଠୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଯୋଗେ ଲାଭ ପାଇବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ।ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ ନକରିବା ଉଚିତ୍। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:- ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:- ଗୁରୁଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରି ପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ। ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:- ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ଶାନ୍ତି ବିରାଜମାନ କରିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରାଜନୈତିକ କ୍ଷେତ୍ରରେ କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ନୂତନ କାର୍ଯ୍ୟ କିଛି ଶୁଭାରମ୍ଭ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!