ଦୈନିକ ରାଶିଫଳ: 29 ମାର୍ଚ୍ଚ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୯ତାରିଖ, ସୋମବାର, ମୀନମାସ ୧୬ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ରାତି ୮ଟା ୫୪ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୬ମିନିଟ୍, ଦିବା ୧୦ଟା ୩୯ମିନିଟ୍ ରୁ ୧ଟା ୩ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୫୨ମିନିଟ୍ ରୁ ୨ଟା ୩୫ମିନିଟ୍ । ପର୍ବଦିନ-ହୋଲି ପର୍ବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରିରୀକ ଅସୁସ୍ଥତା ଦୂରହେବ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ଓ ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ରାଜନେତା ମାନଙ୍କର କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରି ସାମାଜିକ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରଖି ପାରିବେ । ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ବା ଭାତୃବିବାଦ ମେଣ୍ଟିଯିବ । ପାରିବାରିକ ଜୀବନରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଆର୍ଥିକ ଉନ୍ନତିରେ ବ୍ୟବସାୟ ବୃଦ୍ଧି କରିବା ପାଇଁ ଚେଷ୍ଟାକଲେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଆର୍ଥିକ ସମସ୍ୟା ଦୂରେଇ ଯାଇ ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପୂର୍ବରୁ ଥିବା ସମସ୍ୟାର ସମାଧାନ ହୋଇଯିବ । ଛାତ୍ରଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ସ୍ଥିର ହୋଇ ପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଲାଭବାନ୍ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସୁଖ ସମୃଦ୍ଧି ବୃଦ୍ଧି ପାଇ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଶୁଭ ସମାଚାର ପାଇ ଖୁସି ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ହେବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ । ନୂତନ ଯୋଜନାରେ ସଫଳତା ମିଳିବ । ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

କର୍ମକ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ଖୁସି ରହିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବ୍ୟବସାୟୀମାନେ କଠିନ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ଦେଖା ଦେଇପାରେ ତେଣୁ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ମନମୁତାବକ ଲାଭ ପାଇ ନୂତନ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ଆଗ୍ରହୀ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆତ୍ମସନ୍ତୋଷ ଦେଖାଦେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!