ଦୈନିକ ରାଶିଫଳ: 29 ମାର୍ଚ୍ଚ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୯ ତାରିଖ, ମଙ୍ଗଳବାର, ମୀନ ମାସ ୧୫ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ଧନିଷ୍ଠା ନକ୍ଷତ୍ର, ଦିବା ୧୧ଟା ୨୯ମିନିଟ୍ ପରେ ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ । ତୈତିଳ କରଣ ଦିବା ୨ଟା ୩୯ମିନିଟ୍ ପରେ ଗର କରଣ । ମକର ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ପୋଇ,ମସୁରଡାଲି ନ ଖାଇଲେ ଭଲ ଦିବା ୨ ଟା ୩୯ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୨ଟା ୩୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଏବଂ ତ୍ରୟୋଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୧୮ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ରାତ୍ରି ୭ଟା ୨୫ମିନିଟ୍ ରୁ ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୮ଟା ୫୦ମିନିଟ୍ ରୁ ଦିବା ୧୦ଟା ୩୮ମିନିଟ୍, ଦିବା ୧ଟା ୦୫ମିନିଟ୍ ରୁ ୧ଟା ୨୨ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ଦିବା ୫ଟା ୦୭ମିନିଟ୍, ସନ୍ଧ୍ୟା ୫ଟା ୫୭ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ର ୯ଟା ୦୬ମିନିଟ୍ ରୁ ରାତ୍ର ୧୧ଟା ୨୭ମିନିଟ୍, ରାତ୍ର ୧ଟା ୫୦ମିନିଟ୍ ରୁ ୩ଟା ୨୪ମିନିଟ୍ ।

ମେଷ:-ସରକାରୀ ସାହାଯ୍ୟ ମିଳିପାରେ । ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବିଦ୍ୟାର୍ଥୀମାନେ ପରିଶ୍ରମ କରି ପ୍ରଶଂସିତ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ମାନସିକ ଶାନ୍ତି ଅନୁଭବ କରିବେ । ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ । କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ବଦଳିଯିବ । ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ । କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ । ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ । ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । ଅନେକ ଦିଗରୁ ଖୁସି ମିଳିବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ବୃଦ୍ଧି ହେବା ସହ ପଦୋନ୍ନତି ମିଳିବାର ସମ୍ଭାବନା ଅଛି । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଶତୃ ଓ ବିରୋଧୀମାନେ ଦୂରେଇଯିବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଶିକ୍ଷା କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଅଗ୍ରଗତି ଘଟିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଗୁରୁଜନ ବା ମାଆ ବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । କେତେକ କ୍ଷେତ୍ରରେ ଉନ୍ନତିକର ହେବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରି ପାରିବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!