ସାପ୍ତାହିକ ରାଶିଫଳ: ମାର୍ଚ୍ଚ 29 ତାରିଖ ରୁ ଅପ୍ରେଲ ୪ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ପରାକ୍ରମ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଆୟର ମାର୍ଗ ପ୍ରଶସ୍ତ ହେବ । ନୂତନ ଗୃହସୁଖ ମିଳିବ । ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କିନ୍ତୁ ୩/୪ତାରିଖରେ ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:- ସାମାଜିକ ପତିଆରା ଅମଳିନ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଛାତ୍ରଛାତ୍ରୀମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇ ପାରେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥଲାଭର ସୁଯୋଗ ପାଇବେ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ରାଜକୀୟ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । କର୍ମନିଯୁକ୍ତି ପାଇଁ ଚେଷ୍ଟାକଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:- କର୍ମକ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । ଶିକ୍ଷାକ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶରୀର ସୁସ୍ଥ ରହିବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

ଧନୁ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ବିଜୟୀ ହେବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ଛାତ୍ର ଛାତ୍ରୀମାନେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ସହନ ଶୀଳତା କାଏମ ରହିବ ଓ ସାମାଜିକ ପତିଆରା ଅମଳିନ ରହିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:- ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ସୁଫଳ ଭୋଗ କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବା ସହ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇ ଯାଇ ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-ଶିକ୍ଷାକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ଓ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କିନ୍ତୁ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!