ଦୈନିକ ରାଶିଫଳ: ୨୯ ମଇ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତି କୌଣସି ମିତ୍ରଙ୍କ ଠାରୁ ସହାୟତା ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଶୁଭ ସମାଚାର ମିଳିପାରେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ରାଜନୀତିରେ ସମାଜ ସେବା ଓ ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!