ଦୈନିକ ରାଶିଫଳ: ୨୯ ମଇ ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୯ ତାରିଖ, ଶୁକ୍ରବାର, ବୃଷମାସ ୧୬ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ଅଶ୍ଳେଷାନକ୍ଷତ୍ର ପ୍ରାତଃ ୬ଟା ୫୮ମିନିଟ୍ ପରେ ମଘାନକ୍ଷତ୍ର, କର୍କଟରାଶିରେ ଚନ୍ଦ୍ର ପ୍ରାତଃ ୬ଟା ୫୮ମିନିଟ୍ ପରେ ସିଂହ ରାଶିରେ ଚନ୍ଦ୍ର। ବିଚ୍ଛା, ଧନୁ, ମୀନ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ତାଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୫୬ମିନିଟ୍, ଦିବା ୧୨ଟା ୧୧ମିନିଟ୍ ରୁ ୨ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ରାତ୍ର ୮ଟା ୨୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। କର୍ମ କ୍ଷେତ୍ରରେ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନ ବ୍ୟବସାୟରେ ପରିଣାମ ଅନୁକୂଳ ହୋଇ ବିଶେଷ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସନ୍ତାନ ମାନଙ୍କ ଉନ୍ନତିର ଶୁଭ ସୂଚନା ପାଇ ଖୁସି ରହିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବିଦ୍ୟାରେ ଉନ୍ନତି କରିବେ। ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ।  ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ।  ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ।ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!