ଦୈନିକ ରାଶିଫଳ: 29 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୯ ତାରିଖ, ଶନିବାର, ବୃଷମାସ ୧୫ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ତୃତୀୟାତିଥି, ସକାଳ ୬ଟା ୩୪ମିନିଟ୍ ଗତେ ଚତୁର୍ଥୀତିଥି କ୍ଷୟ, ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ସକାଳ ୬ଟା ୩୪ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୭ଟା ୪୩ମିନିଟ୍, ରାତ୍ର ୧୧ଟା ୨୩ମିନିଟ୍ ରୁ ୧ଟା ୩୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । କଠିନ ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଆଶା କରୁଥିବା ଖବରପାଇ ଖୁସୀ ହୋଇଯିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

କାର୍ଯ୍ୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀ ମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରି ପ୍ରଶଂସିତ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ବାଦବିବାଦ, ଖେଳକୁଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶରୀର ସୁସ୍ଥ ରହିବ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷାକ୍ଷେତ୍ରରେ ଆଦୌ ମନଲାଗିବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ଆସିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ପ୍ରେମିକ ପ୍ରେମିକାମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପୁରାତନ ରୋଗର ଉପଶମହୋଇ ଶରୀରସୁସ୍ଥ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!