ଦୈନିକ ରାଶିଫଳ: 29 ମଇ 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୯ତାରିଖ, ରବିବାର, ବୃଷମାସ ୧୫ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି ଦିବା ୨ଟା ୫୫ମିନିଟ୍ ପରେ ଅମାବାସ୍ୟା ତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ଦିବା ୧୧ଟା ୧୬ମିନିଟ୍ ପରେ ବୃଷ ରାଶିରେ ଚନ୍ଦ୍ର। ଅତିଗଣ୍ଡ ଯୋଗ। ଶକୁନି କରଣ ଦିବା ୨ଟା ୫୫ମିନିଟ୍ ପରେ ଚତୁଷ୍ପଦ କରଣ। ମେଷ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୧୬ମିନିଟ୍ ପରେ ବିଛା ରାଶିରେ ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୨ଟା ୫୫ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ଦିବା ୨ଟା ୫୫ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ୧ଟା ୨୨ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ୨ଟା ୨୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୫୭ମିନିଟ୍ ରୁ ୯ଟା ୩୨ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୨ଟା ୪୬ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ୪ଟା ୩୭ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ୭ଟା ୪୩ମିନିଟ୍, ରାତ୍ର ୧୦ଟା ୩୯ମିନିଟ୍ ରୁ ରାତ୍ର ୧୨ଟା ୪୮ମିନିଟ୍।

ମେଷ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ନୂଆନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପାରିବାରରେ ବନ୍ଧୁମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଦୂରସ୍ଥାନକୁ ଯାତ୍ରା କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ସଂଗଠନ, ଅନୁସନ୍ଧାନ, ପ୍ରକାଶନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଆତ୍ମସନ୍ତୋଷ ଲାଭ କରିବେ। ବ୍ୟବସାୟୀମାନେ ଘର ଅପେକ୍ଷା ବ୍ୟବସାୟ କ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସନ୍ତାନମାନେ ସବୁ କ୍ଷେତ୍ରରେ ଉନ୍ନତି କରିବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ସାଙ୍ଗସାଥିଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ।ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ସାଙ୍ଗସାଥି ଭାଗିଦାର ମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ବାଧ୍ୟହେବେ। ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!