ଦୈନିକ ରାଶିଫଳ: 29 ନଭେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୯ତାରିଖ, ରବିବାର, ବିଛା ମାସ ୧୪ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ଦିବା ୧୨ଟା ୪୮ମିନିଟ୍ ଗତେ ପୂର୍ଣ୍ଣିମାତିଥି, କୃତ୍ତିକାନକ୍ଷତ୍ର, ମେଷରାଶିରେ ଚନ୍ଦ୍ର, ଦିବା ୧୦ଟା ଗତେ ବୃଷ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର, ଦିବା ୧୦ଟା ଗତେ ବିଛା ରାଶିର ଘାତଚନ୍ଦ୍ର। ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧୨ଟା ୪୮ମିନିଟ୍ ପରେ ଆମିଷ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୫୨ମିନିଟ୍ ରୁ ୯ଟା ୧ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୨୩ମିନିଟ୍।

ମେଷ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ସୁରକ୍ଷିତ ଅନୁଭବ କରିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚ୍ଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବୃଷ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟକଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ମିଳିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ନୂଆଲକ୍ଷ ନିର୍ଦ୍ଧାରିତ କରି ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ କରିପାରନ୍ତି। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କନ୍ୟା:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଯାଇଥିବା କର୍ମ ସଜାଡି ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ବୃଦ୍ଧିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ।ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂରଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!