ଦୈନିକ ରାଶିଫଳ: 29 ନଭେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୯ତାରିଖ, ମଙ୍ଗଳବାର, ବିଛାମାସ ୧୪ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ଦିବା ୧୧ଟା ୪ମିନିଟ୍ ପରେ ସପ୍ତମୀତିଥି, ଶ୍ରବଣା ନକ୍ଷତ୍ର ସକାଳ ୮ଟା ୩୮ମିନିଟ୍ ପରେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ଧୃବଯୋଗ ଦିବା ୨ଟା ୫୨ମିନିଟ୍ ପରେ ବ୍ୟାଘାତ ଯୋଗ। ତୈତିଳ କରଣ ଦିବା ୧୧ଟା ୪ମିନିଟ୍ ପରେ ଗର କରଣ। ମକର ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧୧ଟା ୪ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ଦିବା ୧୧ଟା ୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଏବଂ ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୨୯ମିନିଟ୍ ରୁ ୮ଟା ୫୧ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ୨ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ରାତ୍ରି ୮ଟା ୧୮ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୮ମିନିଟ୍ ରୁ ୬ଟା ୪୯ମିନିଟ୍, ସକାଳ ୮ଟା ୫୨ମିନିଟ୍ ରୁ ୧୧ଟା ୧୧ମିନିଟ୍, ସନ୍ଧ୍ୟା ୫ଟା ୩ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୮ଟା ୩୦ମିନିଟ୍, ରାତ୍ର ୯ଟା ୨୫ମିନିଟ୍ ରୁ ୧୨ଟା, ରାତ୍ର ୧ଟା ୪୭ମିନିଟ୍ ରୁ ୩ଟା ୨୯ମିନିଟ୍, ରାତ୍ର ୪ଟା ୨୪ମିନିଟ୍ ରୁ ୬ଟା ୬ମିନିଟ୍। ପର୍ବଦିନ- ଓଢଣ ଷଷ୍ଠୀ, ପ୍ରାବରଣ ଷଷ୍ଠୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବୃଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ସ୍ତର ହସ ଖୁସିରେ କଟିବ। ଶତୃମାନେ ଦୂରେଇ ଯିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବିଦ୍ୟାରେ ଉନ୍ନତି କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଶୁଭକାମ କରି ପ୍ରଶଂସିତ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବନ୍ଧୁଙ୍କ ଆଗମନ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇ ପାରେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!