୨୦୨୨ମସିହା, ଅକ୍ଟୋବର ମାସ ୨୯ତାରିଖ, ଶନିବାର, ତୁଳାମାସ ୧୩ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି ସକାଳ ୮ଟା ୧୩ମିନିଟ୍ ପରେ କ୍ଷୟ ପଞ୍ଚମୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ସକାଳ ୯ଟା ୫୦ମିନିଟ୍ ପରେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । ବିଷ୍ଟି କରଣ ସକାଳ ୮ଟା ୧୩ମିନିଟ୍ ପରେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ସକାଳ ୯ଟା ୫ମିନିଟ୍ ପରେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ସକାଳ ୮ଟା ୧୩ମିନିଟ୍ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସକାଳ ୮ଟା ୧୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୭ଟା ୧୫ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୨୦ମିନିଟ୍, ଦିବା ୩ଟା ୪୫ମିନିଟ୍ ରୁ ସନ୍ଧ୍ୟା ୬ଟା ୪୫ମିନିଟ୍, ରାତ୍ର ୪ଟା ୧୫ମିନିଟ୍ ରୁ ୫ଟା ୫୦ମିନିଟ୍ । ଶୁଭସମୟ- ସକାଳ ୭ଟା ୨୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୪ମିନିଟ୍, ଦିବା ୨ଟା ୨୧ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୭ମିନିଟ୍ । ପର୍ବଦିନ- ନାଗ ପଞ୍ଚମୀ ।
ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ । ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମାନସିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସନ୍ତାନସୁଖ ମିଳିବ ଓ ପାରିବାରିକ ସ୍ତର ହସଖୁସିରେ କଟିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ । କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପାରିବାରିକ ସମସ୍ୟା, ପତିପତ୍ନୀଙ୍କ ମଧ୍ୟରେ ମତଭେଦ ଓ ବିରୋଧଭାବ ଦୂରେଇ ଯିବ । ଛାତ୍ର ଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନୂତନ ସମ୍ବନ୍ଧ ସୃଷ୍ଟିହେବ ଓ ଦାମ୍ପତ୍ୟଜୀବନ ସୁଖମୟହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।