ଦୈନିକ ରାଶିଫଳ: 29 ଅକ୍ଟୋବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୯ ତାରିଖ, ଗୁରୁବାର, ତୁଳା ମାସ ୧୩ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ, ଦିବା ୩ଟା ୧୬ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୭ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ଥିତି, ମାନସମ୍ମାନ ବୃଦ୍ଧିହେବ। ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଶକ୍ତି ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ବାତାବରଣ ଜାରି ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ କରି ପାରିବେ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ।  ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କର୍କଟ:-

ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ  ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବିଦ୍ୟାର୍ଥୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯଶଲାଭ ହେବ। ନୂତନ ବାହନଆଦି କ୍ରୟ ନକରିବା ଉଚିତ୍। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି ଶୁଭକାର୍ଯ୍ୟ ସମ୍ପନ୍ନ କରି ପାରନ୍ତି।  ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଗଛିତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କତା ଅବଲମ୍ବନ କରନ୍ତୁ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ।  ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!