ଦୈନିକ ରାଶିଫଳ: ୨୯ ସେପ୍ଟେମ୍ବର ୨୦୧୮। ଏହି ୬ ଟି ରାଶି ବ୍ୟକ୍ତିଙ୍କର ଆଜି ବ୍ୟବସାୟରେ ପ୍ରଚୁର ଲାଭ ହେବ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୯ ସେପ୍ଟେମ୍ବର ୨୦୧୮। ଏହି ୬ ଟି ରାଶି ବ୍ୟକ୍ତିଙ୍କର ଆଜି ବ୍ୟବସାୟରେ ପ୍ରଚୁର ଲାଭ ହେବ।

ମେଷ:

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,  ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର- ସବୁଜବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:

କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:

ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ମିଳିବ। ଚାକିରିଜୀବୀମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ଧନୁ:

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

ମକର:

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ। ଚାକିରୀଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ସୁଖ-ଶାନ୍ତିରେ ଦିନ କଟାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:

ବ୍ୟବସାୟମାନେ ଅଧିକ ଲାଭ କରିବେ। ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ ଏବଂ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!