ମେଷ:-
ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-
କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମିଥୁନ:-
ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
କର୍କଟ:-
ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।
ସିଂହ:-
କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
କନ୍ୟା:-
ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।
ତୁଳା:-
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।
ବିଚ୍ଛା:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-
ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-
ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପରିବାରରେ ମନୋମାଳିନ୍ୟ ବା ବିହିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
ମୀନ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପରିବାରରେ ଆଦର୍ଶବାଦୀ ହେଲେବି ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988