ଦୈନିକ ରାଶିଫଳ: 29 ସେପ୍ଟେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨୯ ତାରିଖ, ମଙ୍ଗଳବାର, କନ୍ୟା ମାସ ୧୪ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୬ଟା ୨୭ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୧୨ମିନିଟ୍, ସନ୍ଧ୍ୟା ୫ଟା ୩୩ମିନିଟ୍ ରୁ ୭ଟା ୨ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୮ଟା ୪୬ମିନିଟ୍, ରାତ୍ର ୯ଟା ୩୫ମିନିଟ୍ ରୁ ୧୨ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ସୁଧାର ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧିହେବ। ମିତ୍ରମାନଙ୍କ ସହଯୋଗରେ କୌଣସି ନୂଆକାମ ଓ ନୂଆ ବ୍ୟବସାୟ ଆରମ୍ଭ କରି ପାରିବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ପ୍ରତିଯୋଗୀତା ପରୀକ୍ଷା କ୍ଷେତ୍ରରେ ବିଜୟ ହେବ ଓ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ।ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ମଉଜ-ମସ୍ତିରେ ସମୟ କଟିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ଧୀରେ ଧୀରେ ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ।  ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ସମ୍ବନ୍ଧରେ ପ୍ରଗାଢତା ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସାବଧାନତା ଅବଲମ୍ବନ କରି ବନ୍ଧୁଙ୍କ ସାହାଯ୍ୟରେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ବହୁତ ବଡ କାମର ଦାୟିତ୍ଵ ହାତକୁ ନେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବ୍ୟବସାୟରେ ଆପଣଙ୍କୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ। ବହୁତ ଦିନର ପୁରୁଣା ପରିଚିତ ବ୍ୟକ୍ତି, ବନ୍ଧୁ ବା ମିତ୍ର ବ୍ୟକ୍ତିଙ୍କ ସହିତ ଭେଟ ହେବ। ନିଜର କାର୍ଯ୍ୟ ପାଇଁ ବାହାରକୁ ଯିବାକୁ ପଡିପାରେ। ଗୁରୁ-ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମନ ବହୁତ ଖୁସି ହେବ। ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତିହେବ। ସନ୍ତାନଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପରିଶ୍ରମ କରି ସମସ୍ତ କାମକୁ ସମ୍ଭାଳି ନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ସ୍ଵାସ୍ଥ୍ୟରେ ସୁଧାର ଆସିବା ଫଳରେ ପୁରାତନ ରୋଗରୁ ଉପସମ ମିଳିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ସବୁଥିରେ ସଫଳତା ମିଳିବା ଫଳରେ ଆତ୍ମକେନ୍ଦ୍ରିତ ହୋଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ସ୍ୱାସ୍ଥ୍ୟରେ ଉନ୍ନତି ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଖର୍ଚ୍ଚର ଚିଠା ପ୍ରସ୍ତୁତ କରିବେ। ଧାର୍ମିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଉଚ୍ଚ ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସରକାରୀ କ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରଭାବଶାଳି ବ୍ୟକ୍ତିଙ୍କ ସାହାଯ୍ୟରେ ସମ୍ପନ୍ନ ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉତ୍ସାହବର୍ଦ୍ଧକ ସମାଚାର ପ୍ରାପ୍ତି ହେବ। ବହୁତ ଦିନର ଚିନ୍ତା ସମାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!