ସାପ୍ତାହିକ ରାଶିଫଳ: ୨୯ ରୁ ୦୪ ନଭେମ୍ବର ୨୦୧୮। ଏହି ୪ଟି ରାଶି ଉପରେ ରହିବ ମା ଲକ୍ଷ୍ମୀଙ୍କର କୃପା, ପ୍ରଚୁର ଧନ ମିଳିବ।  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୯ ରୁ ୦୪ ନଭେମ୍ବର ୨୦୧୮। ଏହି ୪ଟି ରାଶି ଉପରେ ରହିବ ମା ଲକ୍ଷ୍ମୀଙ୍କର କୃପା, ପ୍ରଚୁର ଧନ ମିଳିବ।

ମେଷ:-

ଏ ସପ୍ତାହରେ ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଆୟ ଉପାର୍ଜନରେ ବାଧା ନାହିଁ। ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ।  ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଆର୍ଥିକସ୍ଥିତି ମଜବୁତ୍ ହେବ। ବ୍ୟବସାୟରେ ପ୍ରବଳ ଧନଲାଭ ହେବ। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ଜନ ସମ୍ପର୍କ ବୃଦ୍ଧି ପାଇବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବାହାର ଯାତ୍ରାରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହ-ସଦ୍ଭାବ ଦେଖା ଦେବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ  ଆଶଙ୍କା ଦୂରେଇ ଯିବ। ପ୍ରତିକାର:- ଗାଈକୁ କିଛି ଖୁଆନ୍ତୁ ଓ ନିଜେ ମଧ୍ୟ ସଦ୍ୟ ପନିପରିବା ଉପଭୋଗ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧର୍ମକାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ବ୍ୟବସାୟକ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ। ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲକ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଉପକୃତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର : ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ :-

ଏ ସପ୍ତାହରେ ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟସହଯୋଗ ପାଇବେ। ଅଧିକପରିଶ୍ରମ କରି  ସାମାନ୍ୟଲାଭ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା  ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟସଫଳତା ପୂର୍ବକ ସମ୍ପନ୍ନହେବ। ମହିଳା ମାନଙ୍କର କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ।  ପ୍ରତିକାର : ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଦୂରଯାତ୍ରାରେ ସଫଳ ହେବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। କେତେକ ସମସ୍ୟା ସମାଧାନ  ହୋଇଯିବ। ଆର୍ଥିକଦିଗରୁ ଉନ୍ନତି ଓ ନୂତନପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। କର୍ମରେଉନ୍ନତି  ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟଜୀବନ ଆନନ୍ଦମୟ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିକାର : ପିତାମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ  ଖୁସି ରହିବେ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ହେବ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରରେ ମନୋମାଳିନ୍ୟ ମେଣ୍ଟିଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗିରହିବ। ନୂତନ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର : ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-

ଏ ସପ୍ତାହରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳହେବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟବସାୟ ଭଲ ଗତିରେ ଚାଲିବ ଓ ଲାଭବାନ୍ ହେବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ। ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ଓ ସମ୍ମାନ ବୃଦ୍ଧିହେବ। ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ବା ଦାନ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ଏ ସପ୍ତାହରେ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ଓ ଦାମ୍ପତ୍ୟସୁଖ ବୃଦ୍ଧିହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳା ମାନେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ।  ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର :-

ଏ ସପ୍ତାହରେ ବ୍ୟବସାୟିକ ଗତିବିଧି ଭଲ ରୂପରେ ଚଳିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ ଓ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମାର, ଖେଳ, ନୃତ୍ୟଗୀତ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

କୁମ୍ଭ :-

ଏ ସପ୍ତାହରେ ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେଧିରେ ସମାଧାନ ହେବ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ  ଉପରିସ୍ଥ ଅଧିକାରୀଙ୍କ  ପ୍ରିୟଭାଜନ ହେବେ। ଯୁବକ ଓ ଯୁବତୀମାନେ ସହଜସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପ୍ରତିକାର:- ଗ୍ରାମ ଦେବତୀଙ୍କ  ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ମୀନ :-

ଏ ସପ୍ତାହରେ ଆର୍ଥିକକ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବାସହ ଋଣପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମକରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ।ବେକାରୀମାନେ କର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମସମ୍ପର୍କରେ ରହିବ। ବନ୍ଧୁ ଓ ବାନ୍ଧବଙ୍କଠାରୁ   ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରତିକାର : ପିତାମାତାଙ୍କ ଆଜ୍ଞା ପାଳନ କରନ୍ତୁ ଓ ପ୍ରଣାମ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!