ଆଜି କେମିତି ରହିବ ଆପଣଙ୍କ ଦିନ : ୩ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩ ଅପ୍ରେଲ ୨୦୧୮

ମେଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର- ଗାଈକୁ କଞ୍ଚାଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ

କର୍କଟ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିକାର- କଳା କୁକୁରର ସେବା କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର:-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

କନ୍ୟା:-

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ। 

ତୁଳା:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ପ୍ରତିକାର:-ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ନପାରେ। କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!