ଦୈନିକ ରାଶିଫଳ: 3 ଏପ୍ରିଲ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୩ତାରିଖ, ଶନିବାର, ମୀନମାସ ୨୧ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପ୍ରାତଃ ୫ଟା ୫୮ମିନିଟ୍ ଗତେ ସପ୍ତମୀ ତିଥି କ୍ଷୟ, ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପ୍ରାତଃ ୫ଟା ୫୮ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୧୯ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୩୮ମିନିଟ୍, ରାତ୍ର ୧୨ଟା ୧୪ମିନିଟ୍ ରୁ ୧ଟା ୪୫ମିନିଟ୍ । ପର୍ବଦିନ- ସ୍କନ୍ଦଷଷ୍ଠୀ ବ୍ରତ, ଛତ୍ରପତି ଶିବାଜୀଙ୍କ ତିରୋଧାନ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଆନନ୍ଦିତ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ । ଦୂରଯାତ୍ରାରେ ସତର୍କ ରୁହନ୍ତୁ । ଦୂରଯାତ୍ରାକଲେ ସାଙ୍ଗରେ ପଇଡ଼ ନେଇ ଯାଆନ୍ତୁ । ପ୍ରତିକାର:- ଅଶ୍ୱତ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ମିଥୁନ:-

ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ହସଖୁସିରେ ସମୟ ବ୍ୟତୀତ ହେବ । ଦୂରଯାତ୍ରାରେ ଅଚାନକ ଧନପ୍ରାପ୍ତି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଷ୍ଠା ଖ୍ୟାତି ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆୟ ଉପାର୍ଜନ ବୃଦ୍ଧି ହେବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେବ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସାଂସାରିକ ଜୀବନ ସୁଖମୟ ହେବ । ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ନିଜର କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ରାଜନୀତି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଶରୀର ସୁସ୍ଥ ରହିବ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟୟ ତୁଳନାରେ ଆୟ ଅଧିକ ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ମନ ଲଗାଇ କାର୍ଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!