ଦୈନିକ ରାଶିଫଳ: ୩ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩ ଅଗଷ୍ଟ ୨୦୧୮

ମେଷ:

ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ଓ ପରିବାରରେ ମାନସିକ ଶାନ୍ତି ମିଳିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାରଛୋଟ ପିଲାଙ୍କୁ ମିଠା ଖାଇବାକୁ ଦିଅନ୍ତୁ।

ମିଥୁନ:

ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ବୃଦ୍ଧିହେବ। ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଶତ୍ରୁବାଧା ଦୂରେଇ ଯିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାରରୁଟି ଗୁଡ ଗାଈକୁ ଖାଇବାକୁ ଦେବେ।

<<Vastu>>> | <<< Jataka Bichara >>>

କର୍କଟ:

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ନୂତନପନ୍ଥା ଅନୁସରଣ କରିବେ। ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାରବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

ସିଂହ:

ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ଦେଖାଦେବ। ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ।ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର ବାଳକମାନଙ୍କୁ ମିଠା ଖାଇବାକୁ ଦିଅନ୍ତୁ।

ତୁଳା:

ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା:

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

ଆହୁରି ପଢନ୍ତୁ: ଶରୀରର କେଉଁ ୧୦ଟି ଅଙ୍ଗରେ ତିଳ ଚିହ୍ନ ରହିଲେ, ଆପଣ ଧନୀ ହେଇପାରିବେ?

ଧନୁ:

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର:

ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:

ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗ ସୃଷ୍ଟି ହେବ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!