ଦୈନିକ ରାଶିଫଳ: ୩ ଅଗଷ୍ଟ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୩ ତାରିଖ, ସୋମବାର, କର୍କଟ ମାସ ୧୯ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ଆମିଷ, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୭ମିନିଟ୍ ରୁ ୭ଟା ୨ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୮ମିନିଟ୍, ଦିବା ୪ଟା ୪୩ମିନିଟ୍ ରୁ ୫ଟା ୨୬ମିନିଟ୍, ସନ୍ଧ୍ୟା ୭ଟା ୪ମିନିଟ୍ ରୁ ୯ଟା ୧୫ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୭ମିନିଟ୍। ପର୍ବଦିନ- ଶ୍ରୀ ବଳଭଦ୍ର ଜନ୍ମ, ରକ୍ଷା ବନ୍ଧନ, ଗହ୍ମା ପୂର୍ଣ୍ଣିମା, ବୋଲବମ୍ ଯାତ୍ରା ଶେଷ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ।  ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବିଦ୍ୟାରେ ଉନ୍ନତି କରିବେ। ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ।  ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। କର୍ମ କ୍ଷେତ୍ରରେ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଅଚାନକ ଧନ ଲାଭ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶୁଭ ସମାଚାର ପାଇ ଖୁସି ହେବେ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!