ଦୈନିକ ରାଶିଫଳ: ୩ ଡିସେମ୍ବର ୨୦୧୮। ଭୋଳାନାଥ ଏହି ରାଶି ମାନଙ୍କର ଖୋଲିଲେ ଭାଗ୍ୟ, ମିଳିବ ଖୁସି ଖବର
ମେଷ:-
ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ବୃଷ:-
କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।
ମିଥୁନ:-
ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କର୍କଟ:–
ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ମିଳିବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।
ସିଂହ:-
ଧର୍ମ-କର୍ମରେ ରୁଚି ରହିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-
ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ତୁଳା:-
ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମଉଜ-ମସ୍ତିରେ ସମୟ କଟିପାରେ। ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ବିଛା:-
ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।
ଧନୁ:-
ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମକର:-
ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ:-
ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସମ୍ବନ୍ଧରେ ପ୍ରଗାଢତା ଆସିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-
ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନୂଆଲକ୍ଷ ନିର୍ଦ୍ଧାରିତ କରି ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988