ଦୈନିକ ରାଶିଫଳ: ୩ ଡିସେମ୍ବର ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବ ସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହ ଦୂର ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କୃଷିଜିବୀମାନେ ଉତ୍ସାହିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ କାରରେ ସଫଳ ହେବେ। ମିଷ୍ଠାନ୍ନ ଭୋଜନ କରିବେ। ଗୃହ ଜାଗା ଯାନବାହାନ କ୍ରୟ କରନ୍ତୁ ନାହିଁ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ। ସକଳ କାର୍ଯ୍ୟରେ ସଫଳତା ମିଳିବ। ଉଚ୍ଚଆଶା ପୂରଣ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ। ଶତ୍ରୁନାଶ ହେବ। ଧନପ୍ରାପ୍ତି ହେବ। ନୂତନ ମିତ୍ର ଲାଭ ହେବ। ଧାର୍ମିକ କ୍ଷେତ୍ରରେ ମନ ବଳାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ମନରେ ଦୁଶ୍ଚିନ୍ତା ଓ ଭୟ ରହିବ। ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସହକର୍ମୀମାନଙ୍କ ସହ ଶତ୍ରୁତା ଦୂର ହେବ ଓ କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭ ହେବ। ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳହେବ। ବିଚାରବିଭାଗ ରାୟ ସପକ୍ଷରେ ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ଅସହାୟକୁ ସାହାଯ୍ୟ କରନ୍ତୁ।

ତୁଳା:-

ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଆର୍ଥିକପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବେ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ।ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶରୀର ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ଯେକୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ରେ ପୂରଣ ହେବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ।  ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ।  ଆୟ ଉପାର୍ଜନରେ ବାଧା ନାହିଁ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବାହାର ଯାତ୍ରାରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ ଓ ବିଶେଷ ଉପକୃତ ହେବେ। ଶତୃ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!