ଆଜି କେମିତି ରହିବ ଆପଣଙ୍କ ଦିନ : ୩ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩ ଫେବୃୟାରୀ ୨୦୧୮

ମେଷ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ଆହୁରି ପଢନ୍ତୁ: ବାସ୍ତୁ ଦୋଷ ଖଣ୍ଡନ ପାଇଁ କରନ୍ତୁ ଦଶଟି ଉପାୟ

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ଅତି ନିଜର ଲୋକମାନେ ଶତୃତା ଆଚରଣ କରିବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। ପିଲାମାନଙ୍କ ଚିନ୍ତାକରି ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ସୂର୍ଯ୍ୟଙ୍କୁ ନମସ୍କାର କରନ୍ତୁ।  

କନ୍ୟା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ। ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ

ତୁଳା:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଛା:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ଧନୁ:-

ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ପିଲାମାନଙ୍କ କାର୍ଯ୍ୟ କଳାପସମ୍ମାନ ହାନୀର ସୂଚନା ଦେବ।  ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ। ପ୍ରତିକାର- ଗାଈକୁ କଞ୍ଚାଘାସ ଖାଇବାକୁ ଦିଅନ୍ତୁ।

ମକର:-

ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର- ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

ମୀନ:-

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!