ଦୈନିକ ରାଶିଫଳ: ୩ ଫେବୃୟାରୀ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ସମସ୍ତ କାର୍ଯ୍ୟ ସଫଳ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୩ ଫେବୃୟାରୀ ୨୦୧୯

ମେଷ:-

ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀଙ୍କ ଯୋଗେ ଲାଭ ପାଇବେ ଓ ସାମାଜିକ କାର୍ଯ୍ୟରେ ଭାଗ ନେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ। ଖେଳରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। ମହିଳାମାନେ ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ଖେଳରେ ଉନ୍ନତି ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ। ଋଣ ଭରଣାରେ କଷ୍ଟ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ। ରାଜନୀତିରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧାପାଇବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଲାଭ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହିତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ମହିଳାମାନେ ପୁରାତନ ରୋଗର ପୀଡାରୁ ଉପସମ ପାଇବେ। ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ। ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ। ମହିଳାମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ। ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ଯାନବାହାନ କ୍ରୟ ଓ ବିକ୍ରୟ କରିବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ରାଜନୀତି କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି  ପତିଆରା ରକ୍ଷା କରିବେ ଓ ନିମ୍ନବର୍ଗର  ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ। ମହିଳାମାନଙ୍କର କାର୍ଯ୍ୟ ସହଜ ସରଳରେ ସମାଧାନ ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ, ଆୟ ଉତ୍ତମ ହେବ, ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତରେ ଉତ୍ସାହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ମୀନ:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହୋଇ ନୂଆ ନିଯୁକ୍ତି ପାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଦାମ୍ପତ୍ୟଜୀବନ ସୁଖମୟ ହେବ। ରାଜନୈତିକ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!