ଦୈନିକ ରାଶିଫଳ: ୩ ଫ୍ରେବୃୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମ୍ବନ୍ଧିତ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସାମାଜିକ ପ୍ରତିଷ୍ଠା ଯଶ, ମାନ-ସମ୍ମାନ ମିଳିବ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ି ପାରେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବ।  ବିଦ୍ୟା କ୍ଷେତ୍ରରେ  ସଫଳତା ମିଳିବ।  ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ।  ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ। ଘାତ

କର୍କଟ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ  ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ନୂଆ କାମ କିଛି ଆରମ୍ଭ ନକରିବା ଭଲ। ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବାସଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହ ଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରାରେ ସଫଳ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ଶତୃମାନେ ଦୂରେଇ ଯିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାରଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ। ଘାତ

ଧନୁ:-

ଶତୃମାନେ ମଥାନତ କରିବା ସହ ପୁରାତନ ରୋଗର ଉପସମ ହେବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବିଳମ୍ବ ହୋଇପାରେ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!