ସାପ୍ତାହିକ ରାଶିଫଳ: ୩ ଫେବୃୟାରୀ ରୁ ୯ ଫେବୃୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଧନ ଲାଭ ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭମିଳିବ। କରଜରମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆୟରସ୍ରୋତ ଖୋଲିଯିବ ଓ ଆୟବୃଦ୍ଧି ପାଇବ। ପୁରାତନ ରୋଗର ଉପଶମ ହୋଇଯିବ। ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ହସ ଖୁସିରେ ସମୟ ବିତିଲେ ମଧ୍ୟ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!